53 ସେଥିରେ ଯୀଶୁ ସେମାନଙ୍କୁ କହିଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ। 54 ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।