53 ସେଥିରେ ଯୀଶୁ ସେମାନଙ୍କୁ କହିଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ। 54 ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି। 55 କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ। 56 ଯେ ମୋହର ମାଂସ ଭୋଜନ କରେ ଓ ମୋʼ ରକ୍ତ ପାନ କରେ, ସେ ମୋʼ ଠାରେ ରହେ ଓ ମୁଁ ତାହାଠାରେ ରହେ। 57 ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋʼ ହେତୁ ଜୀବିତ ରହିବ। 58 ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃ-ପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ।"
Publicidade