3 ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦିୟା ପ୍ରଦେଶକୁ ଯାଅ, 4 କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ। ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର। 5 କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ।