25 ‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ। 26 ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ?
Publicidade