4 "ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି; 5 ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର; 6 ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ସ୍ୱାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ। 7 ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।
Publicidade