ଏକ ନୂତନ ନିୟମ ସ୍ଥାପନ
31 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି; 32 ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।
33 ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;