23 ସଦାପ୍ରଭୁ ଏହି କଥା କହନ୍ତି, "ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ,
କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;
24 ମାତ୍ର ଯେବେ କେହି ଦର୍ପ କରେ,
ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ;
ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ,
କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।