Pular para o conteúdo
Publicidade

ଯିହୋଶୂୟ 14:10-12

10 ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି। 11 ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି। 12 ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀର-ବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.