3 ତେବେ ତାହାର ପିତା ଓ ମାତା ତାହାକୁ କହିଲେ, "ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ?" ତହିଁରେ ଶାମ୍ଶୋନ୍ ଆପଣା ପିତାକୁ କହିଲା, "ତାହାକୁ ମୋʼ ପାଇଁ ଆଣ; ସେ ମୋʼ ଦୃଷ୍ଟିରେ ପସନ୍ଦ।"