ଏହୂଦ
12 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ। 13 ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା।