Publicidade

Jó 12

ଆୟୁବ - ପରମେଶ୍ୱର ତାହା କରିଅଛନ୍ତି

1 ତହୁଁ ଆୟୁବ ଉତ୍ତର କରି କହିଲା,

2 "ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ,

ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ।

3 ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି;

ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ;

ହଁ, ଏପରି କଥାସବୁ କିଏ ନ ଜାଣେ?

4 ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି,

ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ;

ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।

5 ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ;

ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ।

6 ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ

ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି;

ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।

7 ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ

ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;

8 ଅବା ପୃଥିବୀକୁ ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ

ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ।

9 ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?

10 ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ

ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।

11 ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ,

ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?

12 ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି

ଓ ଦୀର୍ଘାୟୁରେ ବୁଦ୍ଧି ଥାଏ।

13 ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ;

ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି।

14 ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃନିର୍ମିତ ହୋଇ ନ ପାରେ;

ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।

15 ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ;

ପୁନର୍ବାର ସେ ତାହା ପଠାଇଦେଲେ, ତାହା ପୃଥିବୀକୁ ଓଲଟପାଲଟ କରି ପକାଏ।

16 ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ;

ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର।

17 ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି

ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି।

18 ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି

ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି।

19 ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି

ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି।

20 ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି

ଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।

21 ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି;

ଓ ବଳବାନର ପଟୁକା ଫିଟାଇ ପକାନ୍ତି।

22 ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି

ଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି।

23 ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି;

ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି।

24 ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି

ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।

25 ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି,

ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-19_11-20-24-