Publicidade

Jó 23

ଆୟୁବ - ପରମେଶ୍ୱର କାହାନ୍ତି?

1 ଏଥିରେ ଆୟୁବ ଉତ୍ତର କରି କହିଲା,

"ଆଜି ମଧ୍ୟ ମୋହର ବିଳାପ ବିଦ୍ରୋହଭାବ-ବିଶିଷ୍ଟ;

2 ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ।

3 ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି,

ଯେବେ ଏହା ଜାଣନ୍ତି, ତେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି!

4 ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି

ଓ ଯୁକ୍ତିରେ ଆପଣା ମୁଖ ପୂର୍ଣ୍ଣ କରନ୍ତି।

5 ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି

ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି।

6 ସେ କʼଣ ଆପଣା ମହାପରାକ୍ରମରେ ମୋʼ ସଙ୍ଗେ ବିରୋଧ କରିବେ?

ନା; ମାତ୍ର ସେ ମୋʼ ପ୍ରତି ମନୋଯୋଗ କରିବେ।

7 ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ,

ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି।

8 ଦେଖ, ମୁଁ ପୂର୍ବ ଆଡ଼କୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି

ଓ ପଶ୍ଚିମ ଆଡ଼କୁ ଯାଏ, ମାତ୍ର ତାହାଙ୍କୁ ଦେଖି ପାରେ ନାହିଁ;

9 ସେ କାର୍ଯ୍ୟ କଲା ବେଳେ ଉତ୍ତର ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ;

ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ।

10 ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି;

ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି।

11 ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି;

ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ।

12 ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ;

ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।

13 ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ?

ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।

14 କାରଣ ମୋʼ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି

ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି।

15 ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି;

ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି।

16 କାରଣ ପରମେଶ୍ୱର ମୋʼ ହୃଦୟକୁ କ୍ଷୀଣ କରିଅଛନ୍ତି

ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି;

17 ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି,

କିଅବା ସେ ମୋʼ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-19_11-20-24-