7 ସଦାପ୍ରଭୁ ଆୟୁବକୁ ଏହିସବୁ କଥା କହିଲା ଉତ୍ତାରେ, ସଦାପ୍ରଭୁ ତୈମନୀୟ ଇଲୀଫସ୍କୁ କହିଲେ, "ତୁମ୍ଭ ପ୍ରତି ଓ ତୁମ୍ଭର ଦୁଇ ମିତ୍ର ପ୍ରତି ଆମ୍ଭର କୋପ ପ୍ରଜ୍ୱଳିତ ହୋଇଅଛି; କାରଣ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ। 8 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।"