ବାପ୍ତିଜକ ଯୋହନଙ୍କ ଜନ୍ମର ପୂର୍ବ ସୂଚନା
5 ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ। 6 ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।