ସତୁରି ଜଣଙ୍କ ପ୍ରତ୍ୟାବର୍ତ୍ତନ
17 ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି। 18 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, "ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି। 19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ। 20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।"
ଯୀଶୁଙ୍କ ଆନନ୍ଦ
(ମାଥିଉ 11:25-27; 13:16,17)