ଯୀଶୁଙ୍କ ଆନନ୍ଦ
21 ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, "ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।"