12 ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, "ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।" 13 ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା। 14 କିନ୍ତୁ ଯୀଶୁ ବିଶ୍ରାମବାର ଦିନରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାର ଦିନରେ ଆସ ନାହିଁ।
15 କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, "ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ? 16 ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇଥିବା ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାର ଦିନରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?"