ସୋରିଷ ଦାନା ଓ ଖମୀରର ଦୃଷ୍ଟାନ୍ତ
18 ସେଥିରେ ସେ କହିଲେ, "ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି? 19 ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।"