Pular para o conteúdo
Publicidade

ଲୂକ 15:11-13,20,22,24

ଅପବ୍ୟୟୀ ପୁତ୍ରର ଦୃଷ୍ଟାନ୍ତ

11 ସେ ଆହୁରି କହିଲେ, "ଜଣେ ବ୍ୟକ୍ତିଙ୍କର ଦୁଇଟି ପୁଅ ଥିଲେ। 12 ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି, ତାହା ମୋତେ ଦେଇଦିଅ। ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ।

13 ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା।

20 ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ।

22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ, 24 କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.