20 ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ। 21 ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।
22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ, 23 ପୁଣି, ହୃଷ୍ଟ ପୃଷ୍ଟ ପଶୁଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,