3 ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, 4 "ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ? 5 ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,
6 ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’ 7 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।"