ଫାରୂଶୀ ଓ କରଗ୍ରାହୀର ଦୃଷ୍ଟାନ୍ତ
9 ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ, 10 "ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ।
11 ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ‘ହେ ଈଶ୍ବର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ; 12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।’
13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗ ଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ‘ହେ ଈଶ୍ବର, ମୁଁ ପାପୀ ମୋତେ ଦୟା କରନ୍ତୁ।’ 14 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।"