Pular para o conteúdo
Publicidade

ଲୂକ 2:8-14

ମେଷପାଳକ ଓ ସ୍ୱର୍ଗଦୂତଗଣ

8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ। 9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।

10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି, 11 କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ। 12 ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ।

13 ପୁଣି, ହଠାତ୍‍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,

14 "ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା,

ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.