ପିତରଙ୍କ ଅସ୍ୱୀକାରର ପୂର୍ବ ସୂଚନା
31 "ଶିମୋନ, ଶିମୋନ, ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି; 32 କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।"