42 "ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ।"
43 ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ। 44 ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ରଭାବେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂମିରେ ପଡ଼ିଲା।