25 ସେଥିରେ ସେ ସେମାନଙ୍କୁ କହିଲେ, "ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ, 26 ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?" 27 ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।
Publicidade