ଅନେକ ଲୋକଙ୍କ ସୁସ୍ଥତା
38 ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ। 39 ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ।