ଅନ୍ୟର ବିଚାର ନ କରିବା
37 "ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
38 ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।