41 ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ଅଧ୍ୟକ୍ଷ ଥିଲେ। ସେ ଯୀଶୁଙ୍କ ପାଦ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ, 42 କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା। କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।