16 ଆଉ, ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହିସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। 17 ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ଶିଷ୍ୟମାନେ ଆପଣା ନିକଟରେ ବଳିଥିବା ଭଙ୍ଗାଯାଇଥିବା ରୁଟିର ବାର ଟୋକେଇ ଉଠାଇ ନେଲେ।
Publicidade