17 ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ। 18 ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।
Publicidade