7 ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। 8 ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
26 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ।