Pular para o conteúdo
Publicidade

ଲେବୀୟ ପୁସ୍ତକ 26:3-5,14,19,20

3 ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; 4 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟିଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ। 5 ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।

ଅବାଧ୍ୟତାର ଶାସ୍ତି

14 ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ; 19 ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା। 20 ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.