43 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, 44 ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ। 45 କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।"