15 ଆଉ ଯୀଶୁ ତାହାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ, ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ ପୁଣି, ତାହାଙ୍କର ଅନୁଗମନ କରୁଥିଲେ। 16 ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ-ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି! 17 ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, "ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।"
ଉପବାସ ପ୍ରସଙ୍ଗ
(ମାଥିଉ 9:14-17; ଲୂକ 5:33-39)