ଶୁଷ୍କ ହସ୍ତ ବିଶିଷ୍ଟ ବ୍ୟକ୍ତିର ସୁସ୍ଥତା
1 ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। 2 ଆଉ, ସେ ତାହାକୁ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିପାରନ୍ତି। 3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, "ଆସ, ମଝିରେ ଠିଆ ହୁଅ।" 4 ପୁଣି, ଯୀଶୁ ସେମାନଙ୍କୁ କହିଲେ, "ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?" କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ। 5 ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, "ହାତ ବଢ଼ାଅ।" ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।