38 ସେମାନେ ସମାଜଗୃହର ଅଧ୍ୟକ୍ଷଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ, 39 ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, "କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି।" ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। 40 କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମାଆ ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ, 41 ଆଉ ପିଲାର ହାତ ଧରି ତାହାକୁ କହିଲେ, "ଟଲିଥାକୁମ୍," ଅର୍ଥାତ୍ "ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍।" 42 ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା। ଏଥିରେ ସେମାନେ ଅତିଶୟ ଆଚମ୍ଭିତ ହୋଇଗଲେ।