21 ପରେ ସୁଯୋଗର ଦିନ ଉପସ୍ଥିତ ହେଲା। ହେରୋଦ ଆପଣା ଜନ୍ମ ଦିନରେ ପାତ୍ର-ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ; 22 ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା।