15 ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ୍ନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ। 16 "କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ଓ ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ୱାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ।"