Pular para o conteúdo
Publicidade

ମଲାଖି 3:8-12

8 ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, "ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ?" 9 ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି। 10 ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ, 11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକୁ ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

12 ସମସ୍ତ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.

Malaquias
Ver todos os capítulos de Malaquias