Publicidade

Miquéias 5

1 ହେ ସୈନ୍ୟଦଳର କନ୍ୟେ,

ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର;

ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି;

ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ।

2 ମାତ୍ର ହେ ବେଥଲିହିମ-ଇଫ୍ରାଥା,

ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ,

ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ

ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ;

ପୁରାତନ କାଳରୁ,

ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।

3 ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ,

ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ;

ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।

4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ,

ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ

ଓ ସେମାନେ ସୁସ୍ଥିର ହୋଇ ବାସ କରିବେ;

କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ।

5 ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତି ସ୍ୱରୂପ ହେବେ;

ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ

ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ,

ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ

ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।

ଯାକୁବର ଅବଶିଷ୍ଟାଂଶଙ୍କ ଉଦ୍ଧାର

6 ପୁଣି, ସେମାନେ ଖଡ୍ଗ ଦ୍ୱାରା ଅଶୂରୀୟର ଦେଶ

ଓ ନିମ୍ରୋଦ୍‍ ଦେଶର ପ୍ରବେଶ-ସ୍ଥାନସକଳ ଉଚ୍ଛିନ୍ନ କରିବେ;

ପୁଣି, ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସି

ଆମ୍ଭମାନଙ୍କ ସୀମାରେ ପଦାର୍ପଣ କଲେ

ସେ ସେମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।

7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର

ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି

ମନୁଷ୍ୟ ପାଇଁ ବିଳମ୍ବ ନ କରେ,

କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ,

ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।

8 ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ,

ମେଷପଲ ମଧ୍ୟରେ ଯେପରି ଯୁବା ସିଂହ

ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ,

ଆଉ ଉଦ୍ଧାରକାରୀ କେହି ନ ଥାଏ,

ସେପରି ଗୋଷ୍ଠୀଗଣ ମଧ୍ୟରେ,

ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।

9 ତୁମ୍ଭ ବିପକ୍ଷଗଣର ଉପରେ ତୁମ୍ଭର ହସ୍ତ ଉନ୍ନତ ହେଉ

ଓ ତୁମ୍ଭର ଶତ୍ରୁ ସମସ୍ତେ ଉଚ୍ଛିନ୍ନ ହେଉନ୍ତୁ।

10 ଆହୁରି, ସଦାପ୍ରଭୁ କହନ୍ତି, ସେଦିନ

ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା

ଓ ତୁମ୍ଭର ରଥସବୁ ନଷ୍ଟ କରିବା;

11 ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା

ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;

12 ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା

ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;

13 ଆଉ, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଖୋଦିତ ପ୍ରତିମା

ଓ ତୁମ୍ଭର ସ୍ତମ୍ଭସକଳ ଉଚ୍ଛିନ୍ନ କରିବା;

ତହିଁରେ ତୁମ୍ଭେ ଆପଣା ହସ୍ତକୃତ ବସ୍ତୁକୁ ଆଉ ପ୍ରଣାମ କରିବ ନାହିଁ।

14 ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଆଶେରା ମୂର୍ତ୍ତିସକଳ ଉତ୍ପାଟନ କରିବା

ଓ ତୁମ୍ଭର ନଗରସବୁ ବିନଷ୍ଟ କରିବା।

15 ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ,

ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା।

Veja também

Publicidade
Miquéias
Ver todos os capítulos de Miquéias
Bíblia Online Bíblia Online

Bíblia Online • Versão: 2026-06-16_18-40-07-