Publicidade

Mateus 1

ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ

1 ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ।

2 ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଲେ,

ଇସ୍‌ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,

3 ଯିହୂଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ,

ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ,

4 ହିଷ୍ରୋଣ ଅରାମଙ୍କୁ ଜନ୍ମ ଦେଲେ,

ଅରାମ ଅମ୍ମୀନାଦବଙ୍କୁ ଜନ୍ମ ଦେଲେ,

ଅମ୍ମୀନାଦାବ ନହଶୋନଙ୍କୁ ଜନ୍ମ ଦେଲେ,

ନହଶୋନ ସଲମୋନଙ୍କୁ ଜନ୍ମ ଦେଲେ,

5 ସଲମୋନ ରାହାବଙ୍କ ଗର୍ଭରୁ ବୋୟଜଙ୍କୁ ଜନ୍ମ ଦେଲେ,

ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ,

ଓବେଦ ଯିଶୀଙ୍କୁ ଜନ୍ମ ଦେଲେ,

6 ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ।

ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,

7 ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ,

ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,

8 ଅବୀୟ ଆସାଙ୍କୁ ଜନ୍ମ ଦେଲେ,

ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ,

ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ,

ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ, 9 ଉଜୀୟ ଯୋଥମଙ୍କୁ ଜନ୍ମ ଦେଲେ,

ଯୋଥମ ଆହସ୍‌ଙ୍କୁ ଜନ୍ମ ଦେଲେ,

ଆହସ୍‌ ହିଜକୀୟଙ୍କୁ ଜନ୍ମ ଦେଲେ,

10 ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ,

ମନଃଶି ଆମୋନଙ୍କୁ ଜନ୍ମ ଦେଲେ,

ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ,

11 ବାବିଲକୁ ନିର୍ବାସିତ ହେବା ସମୟରେ ଯୋଶୀୟ ଯିକନୀୟ ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ।

12 ବାବିଲକୁ ନିର୍ବାସିତ ହେବା ପରେ ଯିକନୀୟ ଶଲ୍ଟୀୟେଲଙ୍କୁ ଜନ୍ମ ଦେଲେ,

ଶଲ୍‍ଟୀୟେଲ୍ ଜିରୁବାବିଲଙ୍କୁ ଜନ୍ମ ଦେଲେ,

13 ଜିରୁବାବିଲ ଅବୀହୁଦଙ୍କୁ ଜନ୍ମ ଦେଲେ,

ଅବୀହୁଦ ଏଲୀୟାକିମଙ୍କୁ ଜନ୍ମ ଦେଲେ,

ଏଲୀୟାକିମ ଆସୋରଙ୍କୁ ଜନ୍ମ ଦେଲ,

14 ଆସୋର ସାଦୋକଙ୍କୁ ଜନ୍ମ ଦେଲେ,

ସାଦୋକ ଆଖିମଙ୍କୁ ଜନ୍ମ ଦେଲେ,

ଆଖିମ ଏଲିହୁଦଙ୍କୁ ଜନ୍ମ ଦେଲେ,

15 ଏଲିହୁଦ ଏଲୀୟାଜରଙ୍କୁ ଜନ୍ମ ଦେଲେ,

ଏଲୀୟାଜର ମତ୍ତାନଙ୍କୁ ଜନ୍ମ ଦେଲେ,

16 ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ,

ଯାକୁବ ମରୀୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ,

ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ।

17 ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କ ଠାରୁ ବାବିଲ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି, ବାବିଲ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ।

ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ବୃତ୍ତାନ୍ତ

18 ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।

19 ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।

20 କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, "ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି। 21 ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।"

22 ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,

23 "ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ," ଏହି ନାମର ଅର୍ଥ "ଆମ୍ଭମାନଙ୍କ ସହିତ ଈଶ୍ବର।"

24 ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ; 25 କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-