ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ
1 ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ।
2 ଅବ୍ରହାମ ଇସ୍ହାକଙ୍କୁ ଜନ୍ମ ଦେଲେ,
ଇସ୍ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,
3 ଯିହୂଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ,
ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ,
4 ହିଷ୍ରୋଣ ଅରାମଙ୍କୁ ଜନ୍ମ ଦେଲେ,
ଅରାମ ଅମ୍ମୀନାଦବଙ୍କୁ ଜନ୍ମ ଦେଲେ,
ଅମ୍ମୀନାଦାବ ନହଶୋନଙ୍କୁ ଜନ୍ମ ଦେଲେ,
ନହଶୋନ ସଲମୋନଙ୍କୁ ଜନ୍ମ ଦେଲେ,
5 ସଲମୋନ ରାହାବଙ୍କ ଗର୍ଭରୁ ବୋୟଜଙ୍କୁ ଜନ୍ମ ଦେଲେ,
ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ,
ଓବେଦ ଯିଶୀଙ୍କୁ ଜନ୍ମ ଦେଲେ,
6 ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ।
ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,
7 ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ,
ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,
8 ଅବୀୟ ଆସାଙ୍କୁ ଜନ୍ମ ଦେଲେ,
ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ,
ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ,
ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ, 9 ଉଜୀୟ ଯୋଥମଙ୍କୁ ଜନ୍ମ ଦେଲେ,
ଯୋଥମ ଆହସ୍ଙ୍କୁ ଜନ୍ମ ଦେଲେ,
ଆହସ୍ ହିଜକୀୟଙ୍କୁ ଜନ୍ମ ଦେଲେ,
10 ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ,
ମନଃଶି ଆମୋନଙ୍କୁ ଜନ୍ମ ଦେଲେ,
ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ,
11 ବାବିଲକୁ ନିର୍ବାସିତ ହେବା ସମୟରେ ଯୋଶୀୟ ଯିକନୀୟ ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ।
12 ବାବିଲକୁ ନିର୍ବାସିତ ହେବା ପରେ ଯିକନୀୟ ଶଲ୍ଟୀୟେଲଙ୍କୁ ଜନ୍ମ ଦେଲେ,
ଶଲ୍ଟୀୟେଲ୍ ଜିରୁବାବିଲଙ୍କୁ ଜନ୍ମ ଦେଲେ,
13 ଜିରୁବାବିଲ ଅବୀହୁଦଙ୍କୁ ଜନ୍ମ ଦେଲେ,
ଅବୀହୁଦ ଏଲୀୟାକିମଙ୍କୁ ଜନ୍ମ ଦେଲେ,
ଏଲୀୟାକିମ ଆସୋରଙ୍କୁ ଜନ୍ମ ଦେଲ,
14 ଆସୋର ସାଦୋକଙ୍କୁ ଜନ୍ମ ଦେଲେ,
ସାଦୋକ ଆଖିମଙ୍କୁ ଜନ୍ମ ଦେଲେ,
ଆଖିମ ଏଲିହୁଦଙ୍କୁ ଜନ୍ମ ଦେଲେ,
15 ଏଲିହୁଦ ଏଲୀୟାଜରଙ୍କୁ ଜନ୍ମ ଦେଲେ,
ଏଲୀୟାଜର ମତ୍ତାନଙ୍କୁ ଜନ୍ମ ଦେଲେ,
16 ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ,
ଯାକୁବ ମରୀୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ,
ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ।
17 ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କ ଠାରୁ ବାବିଲ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି, ବାବିଲ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ।