19 ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।
20 କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, "ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।