13 ‘ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ
ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛି।
14 ଆଉ ଯିଶାଇୟ ଭାବବାଦୀଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି,
ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ,
ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
15 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା,
ସେମାନେ କାନରେ କଷ୍ଟରେ ଶୁଣିଲେ
ଓ ଆପଣା ଆପଣା ଆଖି ବୁଜିଲେ,
ଯେପରି ସେମାନେ ଆଖିରେ ଦେଖିବେ ନାହିଁ
ଓ କାନରେ ଶୁଣିବେ ନାହିଁ,
ଆଉ ହୃଦୟରେ ବୁଝିବେ ନାହିଁ,
ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’