14 ଆଉ ଯିଶାଇୟ ଭାବବାଦୀଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି,
ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ,
ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
15 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା,
ସେମାନେ କାନରେ କଷ୍ଟରେ ଶୁଣିଲେ
ଓ ଆପଣା ଆପଣା ଆଖି ବୁଜିଲେ,
ଯେପରି ସେମାନେ ଆଖିରେ ଦେଖିବେ ନାହିଁ
ଓ କାନରେ ଶୁଣିବେ ନାହିଁ,
ଆଉ ହୃଦୟରେ ବୁଝିବେ ନାହିଁ,
ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’
16 କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ।