ସୋରିଷ ଦାନାର ଦୃଷ୍ଟାନ୍ତ
31 ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, "ସ୍ୱର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତ୍ରରେ ବୁଣିଲା। 32 ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାକଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି।"