ପୋତା ଧନର ଦୃଷ୍ଟାନ୍ତ
44 "ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।"
ବହୁମୂଲ୍ୟ ମୁକ୍ତାର ଦୃଷ୍ଟାନ୍ତ
45 "ପୁନଶ୍ଚ, ସ୍ୱର୍ଗରାଜ୍ୟ ଉତ୍ତମ ଉତ୍ତମ ମୁକ୍ତା ଅନ୍ୱେଷଣ କରୁଥିବା ଜଣେ ବଣିକ ଭଳି। 46 ଗୋଟିଏ ବହୁମୂଲ୍ୟ ମୁକ୍ତା ଦେଖି ସେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି ମୁକ୍ତାକୁ କ୍ରୟ କଲା।"