28 ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ। 29 ସେ କହିଲେ, "ଆସ।" ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ। 30 ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ।
31 ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, "ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?"