ନିଜ ମୃତ୍ୟୁ ଏବଂ ପୁନରୁତ୍ଥାନ ବିଷୟରେ ଯୀଶୁଙ୍କ ସୂଚନା
21 ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମ ସହରକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ପୁନରୁତ୍ଥାନ ହେବାକୁ ହେବ।